fbpx

ଭୁବନେଶ୍ୱରରୁ ଆଜି ୧୧୦୯ ନୂଆ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୧୩ ।୫(ଓଡିଶା ଭାସ୍କର): ରାଜ୍ୟରେ ସଂକ୍ରମଣ ହୁ ହୁ ହୋଇ ବଢିଚାଲିଥିବା ବେଳେ କରୋନା ଟାର୍ଗେଟରେ ରହିଛି ଭୁବନେଶ୍ୱର । ରାଜଧାନୀ ଭୁବନେଶ୍ୱରରେ ପୁଣି ୧୧୦୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୭୪ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୯୩୫ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୧୦୭୭ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି ।

ଏହି କ୍ରମରେ ଭୁବନେଶ୍ୱରରେ ପଜିଟିଭ ସଂଖ୍ୟା ୫୮ ହଜାର ୧୭୫ କୁ ବୃଦ୍ଧି ପାଇଛି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ୪୬ ହଜାର ୬୫୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ୧୧,୨୦୯ ଜଣ ଚିକିତ୍ସିତ ହେଉଥିବା ବେଳେ ୨୮୭ ଜଣଙ୍କର ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.