fbpx

ଭୁବନେଶ୍ୱରରୁ ଆଜି ୧୧୧୮ ନୂଆ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୧୫ ।୫(ଓଡିଶା ଭାସ୍କର): ରାଜ୍ୟରେ ସଂକ୍ରମଣ ହୁ ହୁ ହୋଇ ବଢିଚାଲିଥିବା ବେଳେ କରୋନା ଟାର୍ଗେଟରେ ରହିଛି ଭୁବନେଶ୍ୱର । ରାଜଧାନୀ ଭୁବନେଶ୍ୱରରେ ପୁଣି ୧୧୧୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୭୪ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୯୪୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୮୫୧ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି ।

ଏହି କ୍ରମରେ ଭୁବନେଶ୍ୱରରେ ପଜିଟିଭ ସଂଖ୍ୟା ୬୦ ହଜାର ୨୮୧ କୁ ବୃଦ୍ଧି ପାଇଛି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ୪୮ ହଜାର ୨୮୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ୧୧,୬୮୩ ଜଣ ଚିକିତ୍ସିତ ହେଉଥିବା ବେଳେ ୨୯୧ ଜଣଙ୍କର ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.