ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କ୍ରମଶଃ କରୋନାର ସ୍ଥିତି ସ୍ୱାଭାବିକ ହେବାରେ ଲାଗିଥିଲେ ହେଁ ଆଶଙ୍କା ହଟିନାହିଁ । ତେଣୁ ଏହାକୁ ନଜରରେ ରଖି ବିଏମସି ପକ୍ଷରୁ ରାଜଧାନୀ ଭୁବନେଶ୍ୱରର ସମସ୍ତ ସରକାରୀ ଓ ବେସରକାରୀ ଅଫିସକୁ ତାଗିଦ୍ କରାଯାଇଛି । ପୂର୍ବରୁ କିଛିଦିନ ଧରି ରାଜ୍ୟରେ ସଂକ୍ରମଣ ୨ ହଜାର ଉପରକୁ ଉଠିବା ପରେ ତଳକୁ ଖସିଥିଲା । ଗତ ୧୩ ଦିନ ହେଲା ସଂକ୍ରମଣ ୨ ହଜାର ତଳେ ରହୁଥିବା ଦେଖାଯାଉଛି । ପଶ୍ଚିମ ଓଡ଼ିଶା ତୁଳନାରେ ଉପକୂଳ ଅଞ୍ଚଳରେ ସଂକ୍ରମଣ ହ୍ରାସ ପାଇଁ ଅଧିକ ସମୟ ଲାଗୁଥିବା ଦେଖାଯାଉଛି । ଏହା ମଧ୍ୟରେ ଆଜି ୧୧୨୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୬୫୭ ଓ ସ୍ଥାନୀୟ ଅଞ୍ଚଳରୁ ୪୭୨ ଜଣ ଚିହ୍ନଟ ହୋଇଛନ୍ତି ।
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୮୦ ହଜାର ୮୬୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୬୦ ହଜାର ୩୮୬ ରହିଥିବା ବେଳେ ୧୪ ହଜାର ୩୨୫ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୮୮ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 2nd August
New Positive Cases: 1129
In quarantine: 657
Local contacts: 472(Details of local contacts will be shared by concerned Dist Administration)
District Wise Cases:
1. Angul: 55
2. Balasore: 72
3. Bargarh: 3
4. Bhadrak: 60
5. Balangir: 4— I & PR Department, Odisha (@IPR_Odisha) August 3, 2021
22. Nawarangpur: 5
23. Nayagarh: 20
24. Nuapada: 3
25. Puri: 48
26. Rayagada: 6
27. Sambalpur: 1
28. Sonepur: 5
29. Sundargarh: 5
30. State Pool: 76New recoveries: 1785
Cumulative tested: 16223921
Positive: 980866
Recovered: 960386
Active cases: 14325— I & PR Department, Odisha (@IPR_Odisha) August 3, 2021