ଦେଶରେ ୨୪ ଘଣ୍ଟାରେ ୧୧୩ ମୃତ, ୧୬ ହଜାର ଆକ୍ରାନ୍ତ

ନୂଆଦିଲ୍ଲୀ, ୨୮ା୨: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୧୩ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୭ ହଜାର ୫୧କୁ ବୃଦ୍ଧି ପାଇଛି । ଦିନକରେ ୧୬ ହଜାର ୭୫୨ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୦ ଲକ୍ଷ ୯୬ ହଜାର ୭୩୧ କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୬୪ ଜାର ୫୧୧ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୭ ଲକ୍ଷ ୭୫ ହଜାର ୧୬୯ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।