fbpx
BSKY
BJD SHG SKY
BJD YOUTH SKY

ରାଜ୍ୟରେ ୧୧୩ କରୋନା ପଜିଟିଭ୍ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ

ଭୁବନେଶ୍ୱର, ୨୩ ।୩ (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏହା ମଧ୍ୟରେ ଆଜି ପୁଣି ୧୧୩ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୬୭ ଓ ସ୍ଥାନୀୟ ଅଞ୍ଚଳରୁ ୪୬ ଜଣ ଚିହ୍ନଟ ହୋଇଛନ୍ତି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୦୭୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୬ ହଜାର ୨୦୬ରହିଥିବା ବେଳେ ୮୯୮ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.