fbpx

ରାଜ୍ୟରେ ୧୧୩୦ କରୋନା ପଜିଟିଭ ଚିହ୍ନଟ:  ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ବାହାରିଲେ?  

Advertisement

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ପୁଣିଥରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । ଆଜି ପୁଣି ଦୈନିକ ସଂକ୍ରମଣ ହଜାରେ ଟପିଛି । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୧୩୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି  । ସେମାନଙ୍କ ମଧ୍ୟରୁ ଲୋକାଲ କେସ ୪୬୮ ହୋଇଥିବା ବେଳେ କ୍ୱାରେଣ୍ଟାଇନରୁ ୬୬୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି  । ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗରୁ ୧୪୩ ଆକ୍ରାନ୍ତ ଥିବା ଜଣାପଡିଛି  ।

ତେବେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି  । ସେହିପରି ସୁନ୍ଦରଗଡ଼ରୁ ୨୨୫, କଟକରୁ ୧୧୧, ଷ୍ଟେଟପୁଲରୁ ୪୭, ସମ୍ବଲପୁରରୁ ୧୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି  ।

ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୦୫, ୪୯୯କୁ ବୃଦ୍ଧି ପାଇଛି  । ଏବେ ସକ୍ରିୟ ମାମଲା ୭୩୪୫ ରହିଛି  । ୨୪ ଘଣ୍ଟା ମଧ୍ୟରେ ୧୦୨୯ ଜଣ ସୁସ୍ଥ ହୋଇଥିବା ବେଳେ ମୋଟ ସୁସ୍ଥଙ୍କ ସଂଖ୍ୟା ୧୨,୮୮,୯୭୦ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି  । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି  ।

Get real time updates directly on you device, subscribe now.