fbpx

ଓଡ଼ିଶାରେ ଆଜି ୧୧, ୬୧୪ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୧୧ ହଜାର ୬୧୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୬,୦୧,୨୨୪ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୪୦୭ ଜଣ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡରୁ ୧୨୦୬, କଟକରୁ ୧୧୮୦, ଅନୁଗୁଳରୁ ୭୦୩, ସମ୍ବଲପୁରରୁ ୫୫୨, ବରଗଡରୁ ୪୧୨, ବଲାଙ୍ଗିରରୁ ୪୦୦, ପୁରୀରୁ ୩୮୯, ମୟୂରଭଞ୍ଜରୁ ୩୮୮, କଳାହାଣ୍ଡିରୁ ୩୭୫, ଯାଜପୁରରୁ ୩୪୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

Get real time updates directly on you device, subscribe now.