fbpx

ଦେଶରେ ମୃତ୍ୟୁସଂଖ୍ୟା ୧୧୭କୁ ବୃଦ୍ଧି, ୨୩ ହଜାର ହେଲେ ଆକ୍ରାନ୍ତ

ନୂଆଦିଲ୍ଲୀ, ୧୨ା୩ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୧୭ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୮ ହଜାର ୩୦୬କୁ ବୃଦ୍ଧି ପାଇଛି । ଦିନକରେ ୨୩ ହଜାର ୨୮୫ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୩ ଲକ୍ଷ ୮ ହଜାର ୮୪୬କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୯୭ ହଜାର ୨୩୭ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୯ ଲକ୍ଷ ୫୩ ହଜାର ୩୦୩ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.