fbpx

ଓଡିଶାରେ ଆଜି ୧୧,୭୩୨ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୧୬ ।୫(ଓଡିଶା ଭାସ୍କର): ରାଜ୍ୟରେ କରୋନା ଗ୍ରାଫ୍ ଉପରମୁହାଁ ହୋଇ ବଢିଚାଲିଛି । ଗତ ୨୪ ଘଣ୍ଟା ରାଜ୍ୟରେ ୧୧ ହଜାର ୭୩୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬ ହଜାର ୫୬୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫ ହଜାର ୧୬୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬,୧୨,୨୨୪କୁ ବୃଦ୍ଧି ପାଇଛି । ବର୍ତ୍ତମାନ ରାଜ୍ୟରେ ଆକ୍ଟିଭ କେସ ୧,୦୭,୪୦୩ ଥିବା ବେଳେ ୫,୦୨,୪୫୫ ଜଣ ସୁସ୍ଥ ହୋଇଛନ୍ତି ।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧ ହଜାର ୭୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କଟକରୁ ୮୭୦, ଅନୁଗୁଳରୁ ୭୦୦, ସୁନ୍ଦରଗଡରୁ ୬୪୧, ସମ୍ବଲପୁରରୁ ୫୩୮, ବାଲେଶ୍ୱରରୁ ୪୭୨, ମୟୂରଭଞ୍ଜରୁ ୪୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.