fbpx

ରାଜ୍ୟରୁ ୧୧୭୮ କରୋନା ପଜିଟିଭ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

Advertisement

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ପୁଣିଥରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । ଆଜି ପୁଣି ଦୈନିକ ସଂକ୍ରମଣ ହଜାରେ ଟପିଛି । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୧୭୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଲୋକାଲ କେସ ୪୮୮ ହୋଇଥିବା ବେଳେ କ୍ୱାରେଣ୍ଟାଇନରୁ ୬୯୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗରୁ ୧୪୬ ଆକ୍ରାନ୍ତ ଥିବା ଜଣାପଡିଛି ।

ତେବେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ସୁନ୍ଦରଗଡ଼ରୁ ୧୯୪, କଟକରୁ ୧୦୪, ଷ୍ଟେଟପୁଲରୁ ୫୭, ସମ୍ବଲପୁରରୁ ୧୧୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୦୪, ୩୬୯କୁ ବୃଦ୍ଧି ପାଇଛି । ଏବେ ସକ୍ରିୟ ମାମଲା ୭୨୪୫ ରହିଛି । ୨୪ ଘଣ୍ଟା ମଧ୍ୟରେ ୧୦୨୬ ଜଣ ସୁସ୍ଥ ହୋଇଥିବା ବେଳେ ମୋଟ ସୁସ୍ଥଙ୍କ ସଂଖ୍ୟା ୧୨,୮୭,୯୪୧ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.