ନୂଆଦିଲ୍ଲୀ : ଦେଶରେ କ୍ରମଶଃ କରୋନାର ପ୍ରଭାବ ହ୍ରାସ ପାଇବାରେ ଲାଗିଛି । ବିଭିନ୍ନ ରାଜ୍ୟରେ ଲାଗୁ କରାଯାଇଥିବା କଟକଣାର ଫଳସ୍ୱରୂପ ଦେଶରେ ଧିରେଧିରେ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୧୮୩ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୯୪ ହଜାର ୪୯୩କୁ ବୃଦ୍ଧି ପାଇଛି । ଦିନକରେ ୪୮ ହଜାର ୬୯୮ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।
ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୧ ଲକ୍ଷ ୮୩ ହଜାର ୧୪୩କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୯୫ ହଜାର ୫୬୫ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୨ କୋଟି ୯୧ ଲକ୍ଷ ୯୩ ହଜାର ୮୫ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୩୧ କୋଟି ୫୦ ଲକ୍ଷ ୪୫ ହଜାର ୯୨୬ ଜଣଙ୍କୁ ଟିକା ପ୍ରଦାନ କରାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।