fbpx

ଦେଶରେ ଆଜି ୧୧୮୫ ଜଣଙ୍କ ମୃତ୍ୟୁ, ୨.୧୭ ଲକ୍ଷ ଆକ୍ରାନ୍ତ

ନୂଆଦିଲ୍ଲୀ, ୧୬ା୪ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୧୮୫ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୭୪ ହଜାର ୩୦୮କୁ ବୃଦ୍ଧି ପାଇଛି । ଦିନକରେ ୨ ଲକ୍ଷ ୧୭ ହଜାର ୩୫୩ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୪୨ ଲକ୍ଷ ୯୨ ହଜାର ୯୧୭କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୫ ଲକ୍ଷ ୬୯ ହଜାର ୭୪୩ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୨୫ ଲକ୍ଷ ୪୭ ହଜାର ୮୬୬ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.