fbpx

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୧୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୧ା୬(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ଆଉ ୧୧୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୧୨୪୫କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା ୧୧୯ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଯାଜପୁରରୁ ୬୦, କଟକରୁ ୧୩, କେନ୍ଦ୍ରାପଡ଼ାରୁ ୧୨, ଗଜପତିରୁ ୯, ନୟାଗଡ଼ରୁ ୬, ସୁନ୍ଦରଗଡ଼ରୁ ୫, ସମ୍ବଲପୁରରୁ ଜଣେ, ବାଲେଶ୍ୱରରୁ ୩, ପୁରୀରୁ ୩, ଖୋର୍ଦ୍ଧାରୁ ୩, ଗଞ୍ଜାମ ଓ ବଲାଙ୍ଗୀରରୁ ୨ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ ୨୧୦୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୨୪୫ଜଣ ସୁସ୍ଥ ହୋଇଛନ୍ତି ଓ ୭ଜଣଙ୍କର ମୃତ୍ୟୁ ହୋଇଛି । ଏବେ ଓଡ଼ିଶାରେ ୮୫୦ ଆକ୍ଟିଭ କେସ୍ ରହିଛି ।

Get real time updates directly on you device, subscribe now.