ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇଥିଲେ ହେଁ ଏବେ ବି ଆଶଙ୍କା ହଟିନାହିଁ । ତୃତୀୟ ଲହର ଆସିସାରିଛି ବୋଲି କିଛି ବିଶେଷଜ୍ଞ ମତ ଦେଉଥିଲେ ହେଁ ଦ୍ୱିତୀୟ ଲହର ସରିନାହିଁ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ତେବେ ପରିସ୍ଥିତିକୁ ନଜରରେ ରଖି ବିଏମସି ପକ୍ଷରୁ ରାଜଧାନୀ ଭୁବନେଶ୍ୱରର ସମସ୍ତ ସରକାରୀ ଓ ବେସରକାରୀ ଅଫିସକୁ ତାଗିଦ୍ କରାଯାଇଛି । ପୂର୍ବରୁ କିଛିଦିନ ଧରି ରାଜ୍ୟରେ ସଂକ୍ରମଣ ୨ ହଜାର ଉପରକୁ ଉଠିବା ପରେ ତଳକୁ ଖସିଥିଲା । ଦୀର୍ଘ ୪ ମାସ ପରେ ରାଜ୍ୟରେ କରୋନା ଦୈନିକ ସଂକ୍ରମଣ ହଜାରେ ତଳକୁ ଖସିବା ପରେ ପରେ ଚାରିଦିନ ହେଲା ପୁଣି ହଜାରେ ଟପିଛି । ପଶ୍ଚିମ ଓଡ଼ିଶା ତୁଳନାରେ ଉପକୂଳ ଅଞ୍ଚଳରେ ସଂକ୍ରମଣ ହ୍ରାସ ପାଇଁ ଅଧିକ ସମୟ ଲାଗୁଥିବା ଦେଖାଯାଉଛି । ଏହା ମଧ୍ୟରେ ଆଜି ୧୧୯୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୬୯୫ ଓ ସ୍ଥାନୀୟ ଅଞ୍ଚଳରୁ ୪୯୮ ଜଣ ଚିହ୍ନଟ ହୋଇଛନ୍ତି ।
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୯୨ ହଜାର ୩୭୫ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୭୪ ହଜାର ୭୫୬ ରହିଥିବା ବେଳେ ୧୦ ହଜାର ୮୦୯ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୨୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 12th August
New Positive Cases: 1193
In quarantine: 695
Local contacts: 498(Details of local contacts will be shared by concerned Dist Administration)
District Wise Cases:
1. Angul: 49
2. Balasore: 69
3. Bargarh: 10
4. Bhadrak: 15
5. Balangir: 9— I & PR Department, Odisha (@IPR_Odisha) August 13, 2021
22. Nawarangpur: 2
23. Nayagarh: 39
24. Nuapada: 2
25. Puri: 34
26. Rayagada: 9
27. Sambalpur: 11
28. Sundargarh: 10
29. State Pool: 96New recoveries: 1177
Cumulative tested: 16888487
Positive: 992375
Recovered: 974756
Active cases: 10809— I & PR Department, Odisha (@IPR_Odisha) August 13, 2021