fbpx

କଳାହାଣ୍ଡିରେ ଆଉ ୧୧କରୋନା ଆକ୍ରାନ୍ତ ଚିହ୍ନଟ

କଳାହାଣ୍ଡି, ୨୦ା୫(ଓଡ଼ିଶା ଭାସ୍କର): କଳାହାଣ୍ଡିରେ ଆଉ ୧୧କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୬୩କୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ୧୧ଜଣଙ୍କ ମଧ୍ୟରେ ୧୦ଜଣ ସଙ୍ଗରୋଧରେ ଥିଲେଓ ଅନ୍ୟଜଣେ ଆକ୍ରାନ୍ତ ସଙ୍ଗରୋଧ କେନ୍ଦ୍ର ଦାୟିତ୍ୱରେ ଥିବା କର୍ମଚାରୀ ବୋଲି ଜଣାପଡ଼ିଛି । ସମସ୍ତ ଆକ୍ରାନ୍ତ ଭବାନୀପାଟଣା କୋଭିଡ଼ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି । ଆକ୍ରାନ୍ତ ଶ୍ରମିକ ମହାରାଷ୍ଟ୍ର, ଗୁଜୁରାଟ ଓ ଛତିଶଗଡ଼ ଫେରନ୍ତା । ଏନେଇ କଳାହାଣ୍ଡି ଜିଲ୍ଲାପାଳ ଗାଭାଲି ପରାଗ ହର୍ଷଦ ସୂଚନା ଦେଇଛନ୍ତି ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ ୧୦୬୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୪୩ଜଣ ସୁସ୍ଥ ହୋଇଛନ୍ତି ଓ ୬ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ରାଜ୍ୟରେ ୭୧୪ ଆକ୍ଟିଭ୍ କେସ୍ ରହିଛି ।

Get real time updates directly on you device, subscribe now.