fbpx

ରାଜ୍ୟରେ ୧୨ ଜୀବନ ନେଲା କରୋନା, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର,୩୦ ।୮(ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୩୦୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୮୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଗଞ୍ଜାମରୁ ସର୍ବାଧିକ ୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି କଟକ, ଯାଜପୁର, ନବରଙ୍ଗପୁର,ମାଲକିନଗିରି, ପୁରୀ, ରାୟଗଡା, ସୁନ୍ଦରଗଡ ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.