fbpx

ରାଜ୍ୟରେ ଆଜି ୧୨ ଜୀବନ ନେଲା କରୋନା, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୩ ।୧୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୧୨୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୩୫୨ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଭୁବନେଶ୍ୱର ଓ ଢେଙ୍କାନାଳରେ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ନୂଆପଡା ସୁନ୍ଦରଗଡ, କଟକ, ଜଗତସିଂହପୁର, ଖୋର୍ଦ୍ଧା, ଭଦ୍ରକ, ବାଲେଶ୍ୱର, କଳାହାଣ୍ଡିରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.