fbpx

ରାଜ୍ୟରେ କମୁନି ମୃତ୍ୟୁ ସଂଖ୍ୟା, ଆଜି ଆଉ ୧୨ ଜୀବନ ନେଲା କରୋନା

ଭୁବନେଶ୍ୱର,୧୩ ।୧୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୧୦୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୪୯୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଭୁବନେଶ୍ୱର ଓ ଢେଙ୍କାନାଳରୁ ୨ ଜଣ ଲେଖାଏଁ , ଅନୁଗୁଳ, କନ୍ଧମାଳ, ସମ୍ବଲପୁର, କୋରାପୁଟ ଓ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Get real time updates directly on you device, subscribe now.