fbpx

ରାଜ୍ୟରେ ଆଖି ବୁଜିଲେ ୧୨ କରୋନା ଆକ୍ରାନ୍ତ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୨୮ ।୧୦(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୧୫୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୨୮୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଭୁବନେଶ୍ୱର, ଝାରସୁଗୁଡା, ନୂଆପଡାରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ନବରଙ୍ଗପୁର, ପୁରୀ, ସୁନ୍ଦରଗଡ, ସମ୍ବଲପୁର, କଟକ, ଗଞ୍ଜାମରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.