fbpx
BSKY
BJD SHG SKY
BJD YOUTH SKY

୧୨ ଜଣ ନେତାଙ୍କୁ ଦଳରୁ ବହିଷ୍କାର କଲା ଓଡ଼ିଶା ବିଜେପି: ଲିଷ୍ଟରେ ରହିଛି ଅନେକ ବଡ଼ ନେତାଙ୍କ ନାମ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଲୋକସଭା ନିର୍ବାଚନ ପାଇଁ ସାରା ଦେଶରେ ସାତ ପର୍ଯ୍ୟାୟ ବିଶିଷ୍ଟ ମତଦାନ ପ୍ରକ୍ରିୟା ଜାରି ରହିଛି । ଏହା ମଧ୍ୟରେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ମତଦାନ ସମାପ୍ତ ହୋଇଥିବା ବେଳେ ଆଗକୁ ଆଉ ୪ଟି ପର୍ଯ୍ୟାୟରେ ମତଦାନ ଗ୍ରହଣ କରାଯିବ । ତେବେ ରାଜନୈତିକ ଦଳମାନେ ବିଭିନ୍ନ ପର୍ଯ୍ୟାୟରେ ସେମାନଙ୍କର ପ୍ରାର୍ଥୀ ତାଲିକା ଜାରି କରିବା ପରେ ଟିକେଟ କଟିବା ପରେ କିଛି ନେତା ଦଳ ଛାଡ଼ି ନୂଆ ଏକ ଦଳରେ ସାମିଲ ହେଉଥିବା ଦେଖାଯାଉଛି । ସେହିପରି ଟିକେଟ ପାଇଥିବା ନେତାମାନେ ପ୍ରବଳ ଖରାକୁ ଖାତିର ନକରି ପ୍ରଚାରରେ ଲାଗିପଡ଼ିଛନ୍ତି ।

ତେବେ ଏହା ମଧ୍ୟରେ ରାଜନୈତିକ କ୍ଷେତ୍ରରୁ ଆସିଛି ଏକ ବଡ଼ ଖବର । ଦଳ ବିରୋଧୀ କାର୍ଯ୍ୟ ଓ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ରାଜ୍ୟ ବିଜେପି ପକ୍ଷରୁ କିଛି ନେତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ନିର୍ଦ୍ଦେଶକ୍ରମେ ଏହି ପଦକ୍ଷେପ ଗ୍ରହଣ କରାଯାଇଛି । ମୋଟ ୧୨ ଜଣ ନେତାଙ୍କୁ ଦଳରୁ ବହିଷ୍କାର କରାଯାଇଛି । ସେମାନଙ୍କ ମଧ୍ୟରେ ମହିଳା ମୋର୍ଚ୍ଚା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସାଧନା ପାଣ୍ଡେ, ବୀରମିତ୍ରପୁରର ପୂର୍ବତନ କାଉନସିଲର ମହାଗଡ଼ଦେବୀ କୋଇଲି ଭଗତ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ନିହାର ରାୟ, ବୀରମହାରାଜପୁରର ଆଶ୍ରୟ ମହାନନ୍ଦ, ଫୁଲବାଣୀର ଟିକେଶ୍ୱର କହଁର, ଦଶପଲ୍ଲାର ରବୀନ୍ଦ୍ରନାଥ ସେଠୀ, କଣ୍ଟାମାଳର ସୁଧଶଂଶୁ ଡାଙ୍ଗ, କୋରାପୁଟ ଜିଲ୍ଲା ଏସସି ମୋର୍ଚ୍ଚା ସଭାପତି ଭାଗିରଥି ପାଟଣିଆ, କୋ-ଅପରେଟିଭ୍ ସେଲ ସଂଯୋଜକ କର୍ପୂର ହନ୍ତାଳ, ବ୍ରହ୍ମପୁରର ପୂର୍ବତନ ମେୟର ଶିବଶଙ୍କର ଦାଶ, ମନୋଜ ପଟ୍ଟନାୟକ, ନୟାଗଡ଼ ଜିଲ୍ଲା ଉପସଭାପତି ଇନ୍ଦୁମତି ନାୟକ ପ୍ରମୁଖ ରହିଛନ୍ତି । ଏନେଇ ଦଳ ପକ୍ଷରୁ ଏକ ପ୍ରେସ୍ ରିଲିଜ୍ ଜାରି କରି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.