ଏନକାଉଣ୍ଟରରେ ୧୨ ମାଓବାଦୀ ନିହତ, ଦୁଇ ଯବାନ ସହିଦ

ବିଜାପୁର: ମାଲକାନଗିରି ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲ୍ଲାରେ ଏନକାଉଣ୍ଟର । ବର୍ତ୍ତମାନ ସୁଦ୍ଧା ୧୨ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ।

ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ଗୁଳି ବିନିମୟରେ ୨ ଜଣ ଯବାନ ସହିଦ ହୋଇଛନ୍ତି । STF, DRG ଯବାନଙ୍କ କୁମ୍ବିଙ୍ଗ ଅପରେସନ ବେଳେ ପୋଲିସକୁ ମିଳିଛି ବଡ଼ ସଫଳତା ।

ସୂଚନାରୁ ପ୍ରକାଶ ରବିବାର ଛତିଶଗଡ଼ ବିଜାପୁର ସ୍ଥିତ ଇନ୍ଦ୍ରାବତୀ ଜାତୀୟ ଉଦ୍ୟାନ ଅଞ୍ଚଳରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ପୋଲିସ ଏନକାଉଣ୍ଟର ରେ ୧୨ ନିହତ ହୋଇଥିବା ବେଳେ ଏବେବି ଜଙ୍ଗଲ ମଧ୍ୟରେ ଗୁଳିବିନିମୟ ଜାରି ରହିଛି ।

ଗୁଳିବିନିମୟରେ ଦୁଇ ଜଣ ଯବାନ ଶହୀଦ ହୋଇଥିବା ବେଳେ ଦୁଇ ଜଣ ଯବାନ ଗୁରୁତ୍ୱର ହୋଇଛନ୍ତି । ଆହତଙ୍କୁ ତୁରନ୍ତ ମେଡ଼ିକାଲ ନେବା ଲାଗି ଜଗଦଲପୁର ଅଞ୍ଚଳରୁ ହେଲିକେପ୍ଟର ପଠା ଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି ।