fbpx

ଦେଶରେ ୨୪ ଘଣ୍ଟାରେ ୧୨୦ ମୃତ, ୧୬ ହଜାର ଆକ୍ରାନ୍ତ

ନୂଆଦିଲ୍ଲୀ, ୨୬ା୨: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୨୦ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୬ ହଜାର ୮୨୫କୁ ବୃଦ୍ଧି ପାଇଛି । ଦିନକରେ ୧୬ ହଜାର ୫୭୭ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୦ ଲକ୍ଷ ୬୩ ହଜାର ୪୯୧ କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୫୫ ହଜାର ୯୮୬ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୭ ଲକ୍ଷ ୫୦ ହଜାର ୬୮୦ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.