fbpx
BSKY SKY
BSKY SKY

ରାଜ୍ୟରେ ଆଜି ବି ଶହେ ଟପିଲା : ଆଉ ୧୨୦ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ ?

BSKY

ଭୁବନେଶ୍ୱର,୨୦।୩(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୧୨୦ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୭୧୯ ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୭୧ ଓ ସ୍ଥାନୀୟ ଅଞ୍ଚଳରୁ ୪୯ ଜଣ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୫ ହଜାର ୯୯୪ ରହିଥିବା ବେଳେ ୭୫୪ ଜଣ ଚିକିତ୍ସିତ ହେଉଛନ୍ତି । ଆଜି କଟକ ଜିଲ୍ଲାରୁ ସର୍ବାଧିକ ୨୬ ଜଣ ଓ ମୟୁରଭଞ୍ଜରୁ ୧୫, ଖୋର୍ଦ୍ଧାରୁ ୧୪ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.