fbpx

ପୁଣି ବାହାରିଲେ ଆକ୍ରାନ୍ତ: ଆଜି ରାଜ୍ୟରେ ପୁଣି ୧୨୦୩ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର,୩୦ ।୭(ଓଡିଶା ଭାସ୍କର): ରାଜ୍ୟରେ ମାଡିଚାଲିଛି କରୋନା ମହାମାରୀ । ଏହାରି ମଧ୍ୟରେ ରାଜ୍ୟରେ ଆଜି ପୁଣି ୧୨୦୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୭୫୮ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୪୪୫ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାର ୩୭୮ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଗଞ୍ଜାମରେ ସର୍ବାଧିକ ୨୫୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଖୋର୍ଦ୍ଧାରେ ୨୨୦, କଟକରୁ ୯୭, ଗଜପତତରୁ ୭୨, କେରାପୁଟରୁ ୬୬, ମାଲକାନଗିରିରୁ ୬୫, ଭଦ୍ରକରୁ ୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.