fbpx

ଆଜି ପୁଣି ୩୦ ଜିଲ୍ଲାରୁ ୧୨୧୯ ପଜିଟିଭ୍ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୯।୧୧(ଓଡିଶା ଭାସ୍କର): ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୧୨୧୯ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୭୦୮ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫୧୧ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୦୨,୭୯୩ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ବାଲେଶ୍ୱର ଓ ସୁନ୍ଦରଗଡ଼ରୁ ୧୦୭ ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି କଟକରୁ ୧୦୬ ତ ଖୋର୍ଦ୍ଧାରୁ ୯୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.