fbpx

ଦେଶରେ ହ୍ରାସ ପାଉଛି କରୋନା ସଂକ୍ରମଣ: ଆଜି ୧୨୫୮ ଆକ୍ରାନ୍ତଙ୍କ ମୃତ୍ୟୁ

Advertisement

ନୂଆଦିଲ୍ଲୀ : ଦେଶରେ କ୍ରମଶଃ କରୋନାର ପ୍ରଭାବ ହ୍ରାସ ପାଇବାରେ ଲାଗିଛି । ବିଭିନ୍ନ ରାଜ୍ୟରେ ଲାଗୁ କରାଯାଇଥିବା କଟକଣାର ଫଳସ୍ୱରୂପ ଦେଶରେ ଧିରେଧିରେ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୨୫୮ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୯୫ ହଜାର ୭୫୧କୁ ବୃଦ୍ଧି ପାଇଛି । ଦିନକରେ ୫୦ ହଜାର ୪୦ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୨ ଲକ୍ଷ ୩୩ ହଜାର ୧୮୩କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୮୬ ହଜାର ୪୦୩ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୨ କୋଟି ୯୨ ଲକ୍ଷ ୫୧ ହଜାର ୨୯ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୩୨ କୋଟି ୧୭ ଲକ୍ଷ ୬୦ ହଜାର ୭୭ ଜଣଙ୍କୁ ଟିକା ପ୍ରଦାନ କରାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.