fbpx

ଭୁବନେଶ୍ୱରରେ କରୋନା ମାଡ: ଆଜି ପୁଣି ୧୨୬ ଚିହ୍ନଟ

ଭୁବନେଶ୍ୱର, ୧ ।୮(ଓଡିଶା ଭାସ୍କର): ସାରା ରାଜ୍ୟରେ ହୁ ହୁ ହୋଇ କରୋନା ମାଡିଚାଲିଛି, ଯେଉଁଥିରୁ ବାଦ୍ ପଡିନି ଭୁବନେଶ୍ୱର । ଆଜି ପୁଣି ରାଜଧାନୀରୁ ୧୨୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭୭ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୪୯ ଜଣ ଚିହ୍ନଟ ହୋଇଛନ୍ତି । ଏହା ସହ ରାଜଧାନୀରେ ୧୩୩ ଜଣ ସୁସ୍ଥ ହୋଇଛନ୍ତି । ଏହି କ୍ରମରେ ଭୁବନେଶ୍ୱରରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୮୬୧କୁ ବୃଦ୍ଧି ପାଇଛି । ୧୫୬୬ ଜଣ ସୁସ୍ଥ ହୋଇଥିବା ବେଳେ ୧୨୭୬ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି । ୧୭ ଜଣଙ୍କର ମୃତ୍ୟୁ ଘଟିଛି । ଏନେଇ ବିଏମସି ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.