fbpx

ଦେଶରେ କରୋନା ମୃତ୍ୟୁସଂଖ୍ୟା ୧୨୭, ୧୩ ହଜାର ଆକ୍ରାନ୍ତ

ନୂଆଦିଲ୍ଲୀ, ୩୧ା୧: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୨୭ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୪ ହଜାର ୨୭୪କୁ ବୃଦ୍ଧି ପାଇଛି । ଦିନକରେ ୧୩ ହଜାର ୫୨ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତ ସଂଖ୍ୟା ୧ କୋଟି ୭ ଲକ୍ଷ ୪୬ ହଜାର ୧୮୩ କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୬୮ହଜାର ୭୮୪ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୪ ଲକ୍ଷ ୨୩ ହଜାର ୧୨୫ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.