fbpx

ଭୁବନେଶ୍ୱରରେ ଆଜି ୧୨୯୪ ନୂଆ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

Advertisement

ଭୁବନେଶ୍ୱର,୧୨ ।୫(ଓଡିଶା ଭାସ୍କର): ରାଜ୍ୟରେ ସଂକ୍ରମଣ ହୁ ହୁ ହୋଇ ବଢିଚାଲିଥିବା ବେଳେ କରୋନା ଟାର୍ଗେଟରେ ରହିଛି ଭୁବନେଶ୍ୱର । ରାଜଧାନୀ ଭୁବନେଶ୍ୱରରେ ପୁଣି ୧୨୯୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୬୩ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୧୩୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୮୦୩ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି ।

ଏହି କ୍ରମରେ ଭୁବନେଶ୍ୱରରେ ପଜିଟିଭ ସଂଖ୍ୟା ୫୭ ହଜାର ୦୬୬ କୁ ବୃଦ୍ଧି ପାଇଛି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ୪୫ ହଜାର ୫୮୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ୧୧,୧୭୮ ଜଣ ଚିକିତ୍ସିତ ହେଉଥିବା ବେଳେ ୨୮୬ ଜଣଙ୍କର ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.