fbpx

ରାଜ୍ୟରେ ୧୩ ଜୀବନ ନେଲା କରୋନା, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୨୯ ।୧୦(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୧୬୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୨୯୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଭୁବନେଶ୍ୱର, କଟକ,ବାଲେଶ୍ୱର, ନୂଆପଡା ଓ ଅନୁଗୁଳରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି କେନ୍ଦୁଝର, ଜଗତସିଂହପୁର, ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.