ଭୁବନେଶ୍ୱର,୧୭ ।୯ (ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୪୨୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୬୬୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଆଜି ପୁରୀ ଓ ଖୋର୍ଦ୍ଧାରୁ ସର୍ବାଧିକ ୪ ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଗଜପତିରୁ ୨, ବାଲେଶ୍ୱର, ସୋନୁପର ଓ କଟକରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।