ରାଜ୍ୟରେ ୧୩ ଜୀବନ ନେଲା କରୋନା, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୨୭ ।୧୦(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୧୨୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୨୭୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଭୁବନେଶ୍ୱରରୁ ସର୍ବାଧିକ ୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ନୂଆପଡ଼ାରୁ ୩, କେନ୍ଦୁଝର ଓ ଝାରସୁଗୁଡାରୁ ୨ ଜଣ ଲେଖାଏଁ, ମାଲକାନଗିରି ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।