fbpx

ରାଜ୍ୟରେ କରୋନା ଯୋଗୁଁ ୧୩ ଜଣ ଆଖି ବୁଜିଲେ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୨୧ ।୧୦(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ  ସଂଖ୍ୟା କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୧୯୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୧୮୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ମୟୂରଭଞ୍ଜରୁ ସର୍ବାଧିକ ୪ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ପୁରୀରୁ ୩, ଭୁବନେଶ୍ୱର ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ବାଲେଶ୍ୱର ଅନୁଗୁଳ, ନୂଆପଡା, ବଲାଙ୍ଗୀରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.