fbpx

ରାଜ୍ୟରେ ପୁଣି ୧୩ ଜୀବନ ନେଲା କରୋନା

ଭୁବନେଶ୍ୱର,୮ ।୯ (ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୩୪୯୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫୬୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ପୁରୀରୁ ସର୍ବାଧିକ ୩ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ଗଞ୍ଜାମ, ରାୟଗଡା ଓ ମୟୂରଭଞ୍ଜରେ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଭୁବନେଶ୍ୱର, କଟକ, କନ୍ଧମାଳ ଓ ସୋନପୁରରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.