fbpx

ଆଜି ୧୩ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ସମଗ୍ର ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ସକ୍ରିୟ ରହିଛି । ଏହାର ପ୍ରଭାବରେ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ଏବଂ ବଜ୍ରପାତ ଲାଗି ରହିଛି । ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ଏବଂ ଆଭ୍ୟନ୍ତରୀଣ ଓଡିଶାର ବରଗଡ, ସୋନେପୁର ଏବଂ କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ଲାଗି ରହିଛି । ଆଗାମୀ ୨୪ ଘଂଟା ମଧ୍ୟରେ ଉତ୍ତର ଓଡ଼ିଶାର ଅଧିକାଂଶ ଜିଲ୍ଲା ଓ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଂଚଳିକ ପାଣିାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର ଓ ଢେଙ୍କାନାଳ ଜିଲ୍ଳାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୧୮ରୁ ୧୯ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ବୌଦ୍ଧ ଆଦି ଜିଲ୍ଳାରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହା ବ୍ୟତୀତ ୧୯ରୁ ୨୦ ତାରିଖ ମଧ୍ୟରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Get real time updates directly on you device, subscribe now.