fbpx
BJD
BJD SKY
BJD SKY

ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୩ ଜଣ ସ୍କ୍ରବ ଟାଇଫସ ରୋଗୀ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨୬୩କୁ ବୃଦ୍ଧି

ସୁନ୍ଦରଗଡ଼ : ରାଜ୍ୟରେ ସ୍କ୍ରବ ଟାଇଫସ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ସୁନ୍ଦରଗଡ଼ ଜିଲ୍ଲାରେ ଏହାର ପରିମାଣ ଅଧିକ ଦେଖିବାକୁ ମିଳିଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୩ ଜଣ ସ୍କ୍ରବ ଟାଇଫସ ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ଜିଲ୍ଲାରେ ଟାଇଫସ ରୋଗର ପଜିଟିଭ ସଂଖ୍ୟା ୨୬୩ରେ ପହଞ୍ଚିଛି । ଏନେଇ ସୂଚନା ଦେଇଛନ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ସୂଚନା ଦେଇଛନ୍ତି ।

ଗତକାଲି ଜିଲ୍ଲାରେ ୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୫୦କୁ ବୃଦ୍ଧି ପାଇଥିଲା । ଏହି ରୋଗରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ କେତେ ଜଣ ଗୁରୁତର ଅଛନ୍ତି । ସ୍ୱାସ୍ଥ୍ୟ ବିଭାଗ ଏନେଇ ସଚେତନ ରହି ଦୃଢ ଭାବରେ ଲଢିବାପାଇଁ ପରାମର୍ଶ ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ, ଏହି ରୋଗ କେବଳ ସୁନ୍ଦରଗଡ଼ ନୁହେଁ ବଲାଙ୍ଗିର ଏବଂ ବରଗଡ଼ରେ ମଧ୍ୟ ଆତଙ୍କ ଖେଳାଉଛି । ପଶ୍ଚିମ ଓଡିଶା ପରେ ଦକ୍ଷିଣ ଓଡିଶାର କୋରାପୁଟ ଜିଲ୍ଲାରେ ସ୍କ୍ରବ୍ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଚଳିତ ବର୍ଷ ଜାନୁଆରି ମାସରୁ ଚଳିତ ମାସ ଆଜି ସୁଦ୍ଧା ୩୮ ରୋଗୀ ଚିହ୍ନଟ ହୋଇସାରିଲେଣି । ସେଥିରୁ ସେପ୍ଟେମ୍ବର ମାସରେ କେବଳ ୩୫ଜଣ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି । ଜୟପୁର, କୁନ୍ଦୁରା, ବୋରିଗୁମା, ଲକ୍ଷ୍ମୀପୁର, କୋରାପୁଟ ଓ ନନ୍ଦପୁର ବ୍ଲକରୁ ସମସ୍ତ ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ରୋଗରେ କେହି ମୃତ୍ୟୁବରଣ କରିନଥିବା ବେଳେ ସ୍ୱାସ୍ଥ୍ୟ ବିଭାଗ ପରିସ୍ଥିତି ଉପରେ ନଜର ରଖିଛି । ନଭେମ୍ବର ମାସ ପର୍ଯ୍ୟନ୍ତ ଆକ୍ରାନ୍ତ ଚିହ୍ନଟ ହୋଇପାରନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.