ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଗତ କିଛିଦିନ ଧରି ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନକୁ ଖୋଲିବା ନେଇ ସରକାର ଅନୁମତି ଦେଇଛନ୍ତି । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହେବା ପରେ ସଂକ୍ରମଣ ହଠାତ୍ ଉଦ୍ଧ୍ୱର୍ମୁଖୀ ହେବାରେ ଲାଗିଥିଲା । ତେବେ ପୁଣି ଥରେ କୋଭିଡର ଚତୁର୍ଥ ଲହର ଆସିବାର ସମ୍ଭାବନା ଦେଖାଦେଇଛି । ଦେଶର କିଛି ରାଜ୍ୟରେ ଏବେ କୋଭିଡର ସଂକ୍ରମଣ ବଢ଼ିବାରେ ଲାଗିଛି ।
ଆଜି ୧୩ ଜଣ କୋଭିଡ୍ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୮ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫ ଜଣ ଚିହ୍ନଟ ହୋଇଛନ୍ତି । ଆଜି ୧୮ ବର୍ଷରୁ କମ୍ ବୟସର ଜଣେ ପିଲା ସଂକ୍ରମିତ ହୋଇଛନ୍ତି। ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୫୧୭ ରେ ପହଞ୍ଚିଛି ।
ସେହିପରି ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୯ ହଜାର ୨୪୫ ଜଣ ରହିଥିବା ବେଳେ ୯୩ ସକ୍ରିୟ ଆକ୍ରାନ୍ତ ରହିଛନ୍ତି। ଖୋର୍ଦ୍ଧାରୁ ୬ ଜଣ, କଟକରୁ ୩,କଳାହାଣ୍ଡି, ସୁନ୍ଦରଗଡରୁ ଜଣେ ଲେଖାଏଁ ଏବଂ ଷ୍ଟେଟପୁଲରୁ ୨ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।