fbpx
BSKY
BJD SHG SKY
BJD MC SKY

ଦେଶରେ କମୁଛି କରୋନା ସଂକ୍ରମଣ: ଆଜି ୧୩୨୯ ଆକ୍ରାନ୍ତଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ଦେଶରେ କ୍ରମଶଃ କରୋନାର ପ୍ରଭାବ ହ୍ରାସ ପାଇବାରେ ଲାଗିଛି । ବିଭିନ୍ନ ରାଜ୍ୟରେ ଲାଗୁ କରାଯାଇଥିବା କଟକଣାର ଫଳସ୍ୱରୂପ ଦେଶରେ ଧିରେଧିରେ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୩୨୯ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୯୩ ହଜାର ୩୧୦କୁ ବୃଦ୍ଧି ପାଇଛି । ଦିନକରେ ୫୧ ହଜାର ୬୬୯ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୧ ଲକ୍ଷ ୩୪ ହଜାର ୪୪୫କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୧୨ ହଜାର ୮୬୮ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୨ କୋଟି ୯୧ ଲକ୍ଷ ୨୮ ହଜାର ୨୬୭ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୩୦ କୋଟି ୭୯ ଲକ୍ଷ ୪୮ ହଜାର ୭୪୪ ଜଣଙ୍କୁ ଟିକା ପ୍ରଦାନ କରାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.