fbpx

ରାଜ୍ୟରେ ଆଜି ୧୩୪ ପଜିଟିଭ୍ ଚିହ୍ନଟ, ୧ ମୃତ

Advertisement

ଭୁବନେଶ୍ୱର,୧୮।୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୧୩୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୭୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫୫ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୩ ହଜାର ୪୪୪ କୁ ବୃଦ୍ଧି ପାଇଛି । ସୁସ୍ଥ ସଂଖ୍ୟା ୩ ଲକ୍ଷ ୨୯ ହଜାର ୫୪୬ ହୋଇଥିବା ବେଳେ ଏବେ ବି ୧ ହଜାର ୯୪୪ ଜଣ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୨୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସହ କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ କମିବାରେ ଲାଗିଛି । ଆଜି ୧୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୯୦୧ କୁ ବୃଦ୍ଧି ପାଇଛି । ଆଜି ବରଗଡ଼ରୁ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.