fbpx

ଦେଶରେ ଆଜି ୧୩୪୧ ଜଣଙ୍କ ମୃତ୍ୟୁ, ୨.୩୪ ଲକ୍ଷ ଆକ୍ରାନ୍ତ

ନୂଆଦିଲ୍ଲୀ, ୧୭ା୪ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୩୪୧ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୭୫ ହଜାର ୬୪୯କୁ ବୃଦ୍ଧି ପାଇଛି । ଦିନକରେ ୨ ଲକ୍ଷ ୩୪ ହଜାର ୬୯୨ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୪୫ ଲକ୍ଷ ୨୬ ହଜାର ୬୦୯କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୬ ଲକ୍ଷ ୭୯ ହଜାର ୭୪୦ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୨୬ ଲକ୍ଷ ୭୧ ହଜାର ୨୨୦ରେ ପହଞ୍ଚିଛି । ୧୧ କୋଟି ୯୯ ଲକ୍ଷ ୩୭ ହଜାର ୬୪୧ ଜଣ ବର୍ତ୍ତମାନ ସୁଦ୍ଧା ଟିକା ନେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.