ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କ୍ରମଶଃ କରୋନାର ସ୍ଥିତି ସ୍ୱାଭାବିକ ହେବାରେ ଲାଗିଥିଲେ ହେଁ ଆଶଙ୍କା ହଟିନାହିଁ । ତେଣୁ ଏହାକୁ ନଜରରେ ରଖି ବିଏମସି ପକ୍ଷରୁ ରାଜଧାନୀ ଭୁବନେଶ୍ୱରର ସମସ୍ତ ସରକାରୀ ଓ ବେସରକାରୀ ଅଫିସକୁ ତାଗିଦ୍ କରାଯାଇଛି । ପୂର୍ବରୁ କିଛିଦିନ ଧରି ରାଜ୍ୟରେ ସଂକ୍ରମଣ ୨ ହଜାର ଉପରକୁ ଉଠିବା ପରେ ତଳକୁ ଖସିଥିଲା । ଗତ ୧୪ ଦିନ ହେଲା ସଂକ୍ରମଣ ୨ ହଜାର ତଳେ ରହୁଥିବା ଦେଖାଯାଉଛି । ପଶ୍ଚିମ ଓଡ଼ିଶା ତୁଳନାରେ ଉପକୂଳ ଅଞ୍ଚଳରେ ସଂକ୍ରମଣ ହ୍ରାସ ପାଇଁ ଅଧିକ ସମୟ ଲାଗୁଥିବା ଦେଖାଯାଉଛି । ଏହା ମଧ୍ୟରେ ଆଜି ୧୩୪୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୭୭୫ ଓ ସ୍ଥାନୀୟ ଅଞ୍ଚଳରୁ ୫୬୭ ଜଣ ଚିହ୍ନଟ ହୋଇଛନ୍ତି ।
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୮୩ ହଜାର ୫୨୩ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୬୩ ହଜାର ୭୧୮ ରହିଥିବା ବେଳେ ୧୩ ହଜାର ୫୧୬ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୭୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 4th August
New Positive Cases: 1342
In quarantine: 775
Local contacts: 567(Details of local contacts will be shared by concerned Dist Administration)
District Wise Cases:
1. Angul: 30
2. Balasore: 59
3. Bargarh: 8
4. Bhadrak: 40
5. Balangir: 3— I & PR Department, Odisha (@IPR_Odisha) August 5, 2021
22. Nawarangpur: 2
23. Nayagarh: 28
24. Nuapada: 3
25. Puri: 55
26. Rayagada: 18
27. Sambalpur: 18
28. Sonepur: 4
29. Sundargarh: 13
30. State Pool: 105New recoveries: 1630
Cumulative tested: 16355276
Positive: 983523
Recovered: 963718
Active cases: 13516— I & PR Department, Odisha (@IPR_Odisha) August 5, 2021