fbpx
BSKY
BJD SHG SKY
BJD MC SKY

ଦେଶରେ ତଳକୁ ଖସୁଛି କରୋନା ଗ୍ରାଫ୍: ଆଜି ୧୩୫୮ ଆକ୍ରାନ୍ତଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ଦେଶରେ କ୍ରମଶଃ କରୋନାର ପ୍ରଭାବ ହ୍ରାସ ପାଇବାରେ ଲାଗିଛି । ବିଭିନ୍ନ ରାଜ୍ୟରେ ଲାଗୁ କରାଯାଇଥିବା କଟକଣାର ଫଳସ୍ୱରୂପ ଦେଶରେ ଧିରେଧିରେ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୩୫୮ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୯୦ ହଜାର ୬୬୦କୁ ବୃଦ୍ଧି ପାଇଛି । ଦିନକରେ ୫୦ ହଜାର ୮୪୮ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୨୮ ହଜାର ୭୦୯କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୪୩ ହଜାର ୧୯୪ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୨ କୋଟି ୮୯ ଲକ୍ଷ ୯୪ ହଜାର ୮୫୫ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୨୯ କୋଟି ୪୬ ଲକ୍ଷ ୩୯ ହଜାର ୫୧୧ ଜଣଙ୍କୁ ଟିକା ପ୍ରଦାନ କରାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.