fbpx

ଚିନ୍ତା ବଢ଼ାଉଛି କରୋନା, ରାଜ୍ୟରେ ଆଉ ୧୩୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୧୧ା୬(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୧୩୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୩୮୬କୁ ବୃଦ୍ଧି ପାଇଛି । ୧୩୬ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୩୪ଜଣ କ୍ୱାରେଣ୍ଟିନ ସେଣ୍ଟରର ହୋଇଥିବା ବେଳେ ୨ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ୧୩୬ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଓଡ୍ରାଫ, ଏନଡ଼ିଆରଏଫ ଓ ଅଗ୍ନିଶମର ୫୪ କର୍ମଚାରୀ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହିତ ଖୋର୍ଦ୍ଧାରୁ ସର୍ବାଧିକ ୧୭, କନ୍ଧମାଳରୁ ୧୫, ମୟୂରଭଞ୍ଜରୁ ୯, କେନ୍ଦୁଝରରୁ ୮, କଟକରୁ ୭, କେନ୍ଦୁଝରରୁ ୭, ଝାରସୁଗୁଡ଼ାରୁ ୪, ଢ଼େଙ୍କାନାଳରୁ ୪, ଗଞ୍ଜାମ ଓ ପୁରୀରୁ ୩ଜଣ ଲେଖାଏଁ, କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ା ଓ ସମ୍ବଲପୁରରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.