fbpx

ଭୁବନେଶ୍ୱରରୁ ଆଜି ୧୩୭ କରୋନା ପଜିଟିଭ ଚିହ୍ନଟ , ଜାଣନ୍ତୁ କେଉଁ ଅଞ୍ଚଳରୁ କେତେ

ଭୁବନେଶ୍ୱର, ୫ା୮(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ ଦ୍ରୁତ ଗତିରେ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଏହାରି ମଧ୍ୟରେ ଆଜି ପୁଣି ୧୩୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ଚିହ୍ନଟ ହୋଇଥିବା ୧୩୭ଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୧୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୪ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ୧୧୮ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।
ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୩୩୫୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇସାରିଛନ୍ତି । ସେମାନଙ୍କ ମଧ୍ୟରୁ ୨୦୬୧ଜଣ ସୁସ୍ଥ ହୋଇଛନ୍ତି ଓ ୧୮ଜଣଙ୍କର ମୃତ୍ୟୁ ଘଟିଛି । ଏବେ ୧୨୭୩ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ।

Get real time updates directly on you device, subscribe now.