fbpx

ରାଜ୍ୟରେ ବେହାଲ କରୋନା: ଆଜି ପୁଣି ୧୩୭୬ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର,୨୬ ।୭(ଓଡିଶା ଭାସ୍କର): ରାଜ୍ୟରେ ମାଡିଚାଲିଛି କରୋନା ମହାମାରୀ । ଏହାରି ମଧ୍ୟରେ ରାଜ୍ୟରେ ଆଜି ପୁଣି ୧୩୭୬ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୯୧୭ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୪୫୯ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୩୩୮୯ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।


ତେବେ ଆଜି ଗଞ୍ଜାମରେ ସର୍ବାଧିକ ୪୮୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଖୋର୍ଦ୍ଧାରେ ୧୮୭, କେନ୍ଦୁଝରରୁ ୧୦୩, କଟକରୁ ୭୫, ଗଜପତିରୁ ୭୪, ରାୟଗଡରୁ ୪୫, ସୁନ୍ଦରଗଡରୁ ୩୩, ନୟାଗଡରୁ ୩୦, ମୟୂରଭଞ୍ଜରୁ ୨୨, ନବରଙ୍ଗପୁରରୁ ୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.