fbpx

ରାଜ୍ୟରେ ଆଜି ୧୩୮ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର,୨୭।୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୧୩୮ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୮୧ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫୭ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୬୬୭ କୁ ବୃଦ୍ଧି ପାଇଛି । ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୧ ହଜାର ୪୨୭ ହୋଇଥିବା ବେଳେ ଏବେ ବି ୧ ହଜାର ୨୮୧ ଜଣ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି କଟକରୁ ସର୍ବାଧିକ ୨୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.