fbpx

କର୍ଣ୍ଣାଟକରେ ୧୪ ଦିନିଆ ଲକଡାଉନ୍ ଘୋଷଣା

Advertisement

କର୍ଣ୍ଣାଟକ ୨୬ । ୪ (ଓଡ଼ିଶା ଭାସ୍କର) : କର୍ଣ୍ଣାଟକରେ ୧୪ ଦିନିଆ ଲକଡାଉନ୍ ଘୋଷଣା । ଆସନ୍ତା କାଲି ରାତିଠାରୁ ସାରା ରାଜ୍ୟରେ ଲକଡାଉନ୍ ଘୋଷଣା କରିଛନ୍ତି ସରକାର । କରୋନାର ଉଦ୍ଧ୍ୱର୍ମୁଖୀ ଗ୍ରାଫକୁ ଭାଙ୍ଗିବା ପାଇଁ ରାଜ୍ୟରେ ଲକଡାଉନ୍ ପାଇଁ ନିଷ୍ପତ୍ତି ନିଆଯାଇଛି ।

ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୨୮୧୨ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୯୫ ହଜାର ୧୨୩କୁ ବୃଦ୍ଧି ପାଇଛି । ଦିନକରେ ୩ ଲକ୍ଷ ୫୨ ହଜାର ୯୯୧ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

Get real time updates directly on you device, subscribe now.