fbpx

ରାଜ୍ୟରେ ୧୪ ଜୀବନ ନେଲା କରୋନା, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୨୬ ।୧୦(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୧୪୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୪ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୨୫୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । କେନ୍ଦୁଝର, ମୟୁରଭଞ୍ଜ, ନୂଆପଡା ଓ ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଗଞ୍ଜାମ, ସମ୍ବଲପୁର, ବରଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.