fbpx

ରାଜ୍ୟରେ କମୁନି ମୃତ୍ୟୁ ସଂଖ୍ୟା, ଆଜି ପୁଣି ୧୪ ଜୀବନ ନେଲା କରୋନା

ଭୁବନେଶ୍ୱର,୨୪।୧୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୬୪୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୪ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୬୭୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୫ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ସମ୍ବଲପୁରରୁ ୩, ଅନୁଗୁଳ, ଭୁବନେଶ୍ୱର, କଟକ, ଜଗତସିଂହପୁର, ନୂଆପଡା, ରାୟଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Get real time updates directly on you device, subscribe now.