fbpx

ବଡ ଖବର: ରାଜ୍ୟରେ ଆଉ ୧୪ ଜୀବନ ନେଲା କରୋନା

ଭୁବନେଶ୍ୱର, ୨୭ ।୯ (ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୩୯୨୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହି କ୍ରମରେ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୭୯୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧା ଓ କଟକରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଯାଜପୁର ଓ କେନ୍ଦ୍ରାପଡାରୁ ୨ ଜଣ ଲେଖାଏଁ, ବଲାଙ୍ଗିର, ଢେଙ୍କାନାଳ, ଗଜପତି, ସୁବର୍ଣ୍ଣପୁରରେ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

 

Get real time updates directly on you device, subscribe now.